Masthead

ନ୍ୟାୟ ଦାବିରେ କଂଗ୍ରେସ ରାସ୍ତାରେ

ଲାଠିକଟା (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣା ଏବେ ଭିନ୍ନ ମୋଡ ନେଇଛି । ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବିରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି । କଂଗ୍ରେସ ପକ୍ଷରୁ ଦିଆଯ୍ଧବଥିବା ଆଜି ୧୨ ଘଣ୍ଟିଆ ବୀରମିତ୍ରପୁର ବନ୍ଦ ଡାକରା ସଫଳ ହୋଇଛି ବୋଲି ଦଳ ପକ୍ଷରୁ ଦାବି କରାଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ତଥା ବୀରମିତ୍ରପୁରର ପୂର୍ବତନ ବିଧାୟକଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଡାକରା ଦିଆଯାଇଥିଲା । ବନ୍ଦ ଡାକରା ଯୋଗୁ ୧୪୩ ନଂ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଥିଲା । ବୀରମିତ୍ରପୁର ଥାନାର ସମସ୍ତ କର୍ମଚାରୀଙ୍କ ବଦଳି, ଦୋଷୀ ପୋଲିସ ଅଧିକାରୀଙ୍କୁ ଚାକିରିରୁ ନିଲମ୍ବନ ଭଳି ରହିଛି ବିଭିନ୍ନ ଦାବି । ସେପଟେ ସୁରକ୍ଷା ଦୃଷ୍ଟିରୁ ଫୋର୍ସ ମୂତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ