Masthead

‘ଘୃଣା ବଦଳରେ ପ୍ରେମର ଫୋର୍ସ ଛିଡ଼ା ହେବା ଆରମ୍ଭ ଦାୟିତ୍ୱ’

ଇମ୍ଫାଲ  (ବଡ଼ ଖବର ବ୍ୟୁରୋ):  ମଣିପୁରରେ ଥମୁନି ହିଂସା । ହିଂସା ରୋକିବା ପାଇଁ ଚାଲିଛି ଜୋରଦାର ଚେଷ୍ଟା । ଆଜି ମଣିପୁର ଗସ୍ତରେ ଯିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମଣିପୁରରେ ଗତ ଦୁଇ ମାସ ଧରି ଲାଗି ରହିଥିବା ହିଂସାକୁ ବନ୍ଦ କରିବା ପାଇଁ ଅପିଲ କରିବେ ରାହୁଲ । ଆଦିବାସୀ ଓ ଅଣ ଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ପଡ଼ିଥିବା ମଣିପୁରରେ ଶାନ୍ତି ଫେରିବାର ନାଁ ଧରୁନି । ରାହୁଲ ଗାନ୍ଧୀଙ୍କ ଏହି ଗସ୍ତ ସମୟରେ ହିଂସା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ରିଲିଫ କ୍ୟାମ୍ପରେ ଭେଟିବେ ।

ଇମ୍ଫାଲ ଓ ଚୁରାଚାନ୍ଦୁପରରେ ସିଭିଲ ସୋସାଇଟି ପ୍ରତିନିଧିଙ୍କ ସହ ଆଲୋଚନା କରିବେ ରାହୁଲ ଗାନ୍ଧୀ । ମଣିପୁରରେ ଲାଗିଥିବା ନିଆଁ ଲିଭାଇବାର ଆବଶ୍ୟକତା ରହିଛି ଏହା ଦ୍ବାରା ବିବାଦରୁ ଶାନ୍ତିକୁ ଫେରିବ । ଏହା ଏକ ମାନବୀୟ ଟ୍ରାଜେଡି । ଘୃଣା ବଦଳରେ ପ୍ରେମର ଫୋର୍ସ ଭାବେ ଛିଡ଼ା ହେବା ଆରମ୍ଭ ଦାୟିତ୍ବ ବୋଲି କଂଗ୍ରେସ ନେତା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ