Masthead

ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ହେବେ କଂଗ୍ରେସ ନେତା ରେଭନ୍ତ ରେଡ୍ଡୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାରେ କିଏ ହେବ ମୁଖ୍ୟମନ୍ତ୍ରୀ ଏନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି । କଂଗ୍ରେସ ନେତା ରେଭନ୍ତ ରେଡ୍ଡୀ ତେଲେଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ବୋଲି କଂଗ୍ରେସ ତରଫରୁ କୁହାଯାଇଛି । ଆସନ୍ତା ଡିସେମ୍ବର ୭ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଭନ୍ତ ରେଡ୍ଡୀ । ଏନେଇ ବିଧାୟକ ଦଳ ବୈଠକରେ ସର୍ବସମ୍ମତି ପ୍ରକାଶ ପାଇଛି ।୨୦୨୧, ଜୁନ୍-ଜୁଲାଇରେ ତାଙ୍କୁ ତେଲେଙ୍ଗାନା କଂଗ୍ରେସର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିଲା । ଏହା ପରେ ସେ ଲଗାତର ତୃଣମୂଳ ସ୍ତରରେ କାମ କରିଆସୁଛନ୍ତି ।

ବିଧାନସଭା ନିର୍ବାଚନ ଜିତିବା ପରେ ହାଇକମାଣ୍ଡଙ୍କର ସେ ପ୍ରଥମ ପସନ୍ଦ ମଧ୍ୟ ରହିଆସିଛନ୍ତି । ତେଲେଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସର ଜବରଦସ୍ତ ବିଜୟରେ ରେଭାନ୍ତଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଦୀର୍ଘ ୧୦ ବର୍ଷ ଧରି ଶାସନରେ ଥିବା କେସିଆରଙ୍କ ବିଆରଏସକୁ ଗାଦିଚ୍ୟୁତ କରିଥିଲା କଂଗ୍ରେସ । ରେଭାନ୍ତ ୨୦୧୯ରେ ଲୋକସଭା ନିର୍ବାଚନରେ ଟିଆରଏସ ପ୍ରାର୍ଥୀଙ୍କ ଠାରୁ ହାରିଯାଇଥିଲେ । କିନ୍ତୁ ୨୦୨୩ ବିଧାନସଭା ନିର୍ବାଚନ ପାଇଁ ତାଙ୍କୁ ବିଧାୟକ ଟିକେଟ୍ ଦେଇଥିଲା କଂଗ୍ରେସ । ଚଳିତଥର ସେ ଦୁଇଟି ସ୍ଥାନରୁ ବିଧାୟକ ଆସନ ପାଇଁ ଲଢ଼ିଥିବା ବେଳେ ଗୋଟିଏରେ ବିଜୟୀ ହୋଇଥିଲେ ଏବଂ ଆଉ ଗୋଟିଏରେ ପରାସ୍ତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା