Masthead

ଛତିଶଗଡ଼ରେ ନିର୍ବାଚନୀ ହିଂସା

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଦେଶରେ ୭ ପର୍ଯ୍ୟାୟ ବିଶିଷ୍ଟ ଲୋକସଭା ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଛି । ଓଡ଼ିଶାର ମେ ୧୩ରୁ ଚାରି ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ ନିର୍ବାଚନ ପାଇଁ ରାଜନୈତିକ ଦଳ ଓ ପ୍ରାର୍ଥୀମାନେ ନିଜ ନିଜ କ୍ଷେତ୍ରମାନଙ୍କରେ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଥିବା ବେଳେ ଏହା ମଧ୍ୟରେ ଘଟିଯାଇଛି ଏକ ବଡ଼ ଅଘଟଣ । ରାଜନୈତିକ ଦଳ ସହ ସମ୍ପୃକ୍ତ ଜଣେ ନେତାଙ୍କୁ ହତ୍ୟା କରାଯାଇଛି ।

ନାରାୟଣପୁରରେ କଂଗ୍ରେସ ନେତା ବିକ୍ରମ ବେସଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ରାତି ପ୍ରାୟ ୯ଟାରେ ରାସ୍ତାରେ ବିକ୍ରମଙ୍କୁ ଗୁଳି କରି ହତ୍ୟା କରାଯାଇଛି । କିଛି ଦୁର୍ବୃତ୍ତ ବାଇକରେ ଆସି ବିକ୍ରମଙ୍କ ଉପରକୁ ଗୁଳି କରିଥିଲେ । ଘଟଣାସ୍ଥଳରେ ହିଁ ବିକ୍ରମଙ୍କ ମୃତ୍ୟୁ ହୋଇଯାଇଛି । ବିକ୍ରମଙ୍କ ମୁଣ୍ଡ ଓ ଛାତିରେ ବାଜିଛି ଗୁଳି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣା ସମ୍ପର୍କରେ ନାରାୟଣପୁର ଏସ୍ପି ସୂଚନା ଦେଇଛନ୍ତି । ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ପୋଲିସ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ