Masthead

ଛତିଶଗଡ଼ରେ ନିର୍ବାଚନୀ ହିଂସା

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଦେଶରେ ୭ ପର୍ଯ୍ୟାୟ ବିଶିଷ୍ଟ ଲୋକସଭା ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଛି । ଓଡ଼ିଶାର ମେ ୧୩ରୁ ଚାରି ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ ନିର୍ବାଚନ ପାଇଁ ରାଜନୈତିକ ଦଳ ଓ ପ୍ରାର୍ଥୀମାନେ ନିଜ ନିଜ କ୍ଷେତ୍ରମାନଙ୍କରେ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଥିବା ବେଳେ ଏହା ମଧ୍ୟରେ ଘଟିଯାଇଛି ଏକ ବଡ଼ ଅଘଟଣ । ରାଜନୈତିକ ଦଳ ସହ ସମ୍ପୃକ୍ତ ଜଣେ ନେତାଙ୍କୁ ହତ୍ୟା କରାଯାଇଛି ।

ନାରାୟଣପୁରରେ କଂଗ୍ରେସ ନେତା ବିକ୍ରମ ବେସଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ରାତି ପ୍ରାୟ ୯ଟାରେ ରାସ୍ତାରେ ବିକ୍ରମଙ୍କୁ ଗୁଳି କରି ହତ୍ୟା କରାଯାଇଛି । କିଛି ଦୁର୍ବୃତ୍ତ ବାଇକରେ ଆସି ବିକ୍ରମଙ୍କ ଉପରକୁ ଗୁଳି କରିଥିଲେ । ଘଟଣାସ୍ଥଳରେ ହିଁ ବିକ୍ରମଙ୍କ ମୃତ୍ୟୁ ହୋଇଯାଇଛି । ବିକ୍ରମଙ୍କ ମୁଣ୍ଡ ଓ ଛାତିରେ ବାଜିଛି ଗୁଳି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣା ସମ୍ପର୍କରେ ନାରାୟଣପୁର ଏସ୍ପି ସୂଚନା ଦେଇଛନ୍ତି । ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ପୋଲିସ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ