Masthead

ପଦ ଛାଡ଼ିବାକୁ ତାରାଙ୍କ ଚେତାବନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାୟକ ପଦ ଛାଡ଼ିବାକୁ ଚେତାବନୀ ଦେଲେ ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି। ରାଜ୍ୟ କଂଗ୍ରେସର ଆଭ୍ୟନ୍ତରୀଣ କନ୍ଦଳ ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟୀ କରି ସେ ଏଭଳି କଡା ଚେତାବନୀ ଦେଇଛନ୍ତି। ଏହା ବ୍ୟତୀତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଆହୁରି ସାଂଘତିକ ଅଭିଯୋଗ ମଧ୍ୟ ଆଣିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଅପରପକ୍ଷରେ ତାରାଙ୍କ ପତ୍ନୀ ମିନାକ୍ଷୀ ବାହିନୀପତି ମଧ୍ୟ ଦଳ ଛାଡ଼ିବାକୁ ଚେତାବନୀ ଦେଇଛନ୍ତି।

ସେ ଭୁବନେଶ୍ବରରେ ହଜାର ହାଜର ସମର୍ଥକଙ୍କ ଗହଣରେ ଦଳ ଛାଡ଼ିବେ ବୋଲି କହିଛନ୍ତି। କୁହାଯାଉଛି ଯେ ସେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ କ୍ଷୁବ୍ଧ ହୋଇ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ପିସିସି ସଭାପତି ଦଳ ଭିତରେ ବିଶୃଙ୍ଖଳାକାରୀଙ୍କୁ ସମର୍ଥନ କରୁଛନ୍ତି । ତାଙ୍କ ପାଇଁ ରାଜ୍ୟରେ କଂଗ୍ରେସ ପାର୍ଟି ନିଶ୍ଚିହ୍ନ ହୋଇଛି ବୋଲି ତାରା କହିଛନ୍ତି ।

ତେବେ ସେ ପ୍ରଦେଶ କଂଗ୍ରେସ କମିଟିର ସଭାପତି ହେବା ପାଇଁ ଯୋଗ୍ୟ ନୁହଁନ୍ତି ବୋଲି କହିବା ସହ ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ମଧ୍ୟ ଦାବି କରିଛନ୍ତି । ଏହା ସଙ୍ଗେ ସଙ୍ଗେ କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ବିରୋଧରେ ମଧ୍ୟ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ଆଗକୁ ବିଧାନସଭାର ମୌସୁମୀ ଅଧିବେଶନ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ଯଦି ଦଳୀୟ କନ୍ଦଳ ସମାଧାନ ନହୁଏ ତେବେ ବିଧାୟକ ପଦ ଛାଡିଦେବେ ବୋଲି ତାରା ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା