ମଣିପୁରରେ କିପରି ଶାନ୍ତି ପ୍ରତିଷ୍ଠା ହୋଇପାରିବ.. ୬ହଜାରରୁ ଅଧିକ ହତିଆର ଏବେ ବି ମଣିପୁରରେ ଅଛି: ଗୌରବ ଗୋଗୋଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମଣିପୁର ହିଂସାକୁ ନେଇ କଂଗ୍ରେସ ସାଂସଦ ଗୌରବ ଗୋଗୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ ବର୍ଷିଛନ୍ତି । ଗୋଗୋଇ କହିଛନ୍ତି ଯେ ସ୍ୱାଧୀନତା ଦିବସରେ ଲାଲକିଲାରୁ ପ୍ରଧାନମନ୍ତ୍ରୀଙ୍କ ଭାଷଣ ଦେଶକୁ ବିଭ୍ରାନ୍ତ କରିଛି। ଗୌହାଟି ଗଣମାଧ୍ୟମ ସହ କଥାବାର୍ତ୍ତା କରି ଗୌରବ ଗୋଗୋଇ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣରେ ଲୋକଙ୍କୁ ବିଭ୍ରାନ୍ତ କରିଛନ୍ତି। ମଣିପୁରରେ କିପରି ଶାନ୍ତି ପ୍ରତିଷ୍ଠା ହୋଇପାରିବ । ୬ହଜାରରୁ ଅଧିକ ହତିଆର ଓ ୬ ଲକ୍ଷରୁ ଅଧିକ ଗୁଳି ଏବେ ବି ମଣିପୁରରେ ରହିଛି ।

ପୋଲିସଠାରୁ ଲୁଟ୍ ହୋଇଥିବା ଅସ୍ତ୍ରଶସ୍ତ୍ରଗୁଡ଼ିକୁ ଟ୍ରେଜେରୀରେ ଜମା ନହେବା ପର୍ଯ୍ୟନ୍ତ ସେଠାରେ ଶାନ୍ତି ପ୍ରତିଷ୍ଠା ହୋଇପାରିବ ନାହିଁ। ମଙ୍ଗଳବାର ଲାଲକିଲାରୁ ପ୍ରଧାନମନ୍ତ୍ରୀ କହିଥିଲେ ମଣିପୁରରେ ଶାନ୍ତି ଧିରେ ଧିରେ ଫେରୁଛି । ମଣିପୁର ସହିତ ଦେଶ ଛିଡା ହୋଇଛି, ରାଜ୍ୟରେ ସ୍ଥିରତା ଆଣିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କଠିନ ପରିଶ୍ରମ କରୁଛନ୍ତି। ଶାନ୍ତିପୂର୍ଣ୍ଣ ଭାବେ ଏହି ସମସ୍ୟାର ସମାଧାନ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ