Masthead

ବିଗିଡିଲା ସୋନିଆଙ୍କ ସ୍ୱାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଅସୁସ୍ଥ ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି । ତାଙ୍କୁ ଥଣ୍ଡା,ଜ୍ୱର ହେବାରୁ ଗୁରୁବାର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ହୃଦରୋଗ ଚିକିତ୍ସା ବିଭାଗର ପରାମର୍ଶଦାତା ଡ.ଅରୁପ ବସୁଙ୍କ ନେତୃତ୍ୱରେ ଏକ ଟିମ ତାଙ୍କର ଚିକିତ୍ସା କରୁଛି।

ପୂର୍ବରୁ ମଧ୍ୟ ଶାରୀରିକ ଅସୁସ୍ଥତା ପାଇଁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଗଙ୍ଗାରାମ ହସ୍‌ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସୋନିଆ ଗାନ୍ଧିଙ୍କ ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍‌ପିଟାଲ ନିଆଯାଇଥିଲା।ନିକଟରେ କଂଗ୍ରେସର ୮୫ତମ ରାଷ୍ଟ୍ରୀୟ ଅଧିବେଶନରେ ସୋନିଆ ଗାନ୍ଧି ସାମିଲ ହୋଇଥିଲେ। ୨୦୧୬ରେ ଉତ୍ତରପ୍ରଦେଶରେ କଂଗ୍ରେସର ଏକ ରୋଡ ସୋ’ରେ ସୋନିଆଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ବିଗିଡ଼ି ଯାଇଥିଲା। ଯେଉଁଥିପାଇଁ ରୋଡ ସୋ’କୁ ଅଧାରୁ ଅଟକାଇବାକୁ ପଡ଼ିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି