Masthead

ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା । ପୀଡ଼ିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଅଖଚକ ବନ୍ଦ । ରାସ୍ତାରେ ଗଡ଼ିବନି ବସ୍‌, ଟ୍ରକ, ବାଇକ୍‌, ଅଟୋ କିମ୍ବା ଚାରିଚକିଆ । ସ୍କୁଲ, କଲେଜ ବନ୍ଦ ରଖିବାକୁ ଅପିଲ୍‌ କରିଛି କଂଗ୍ରେସ । ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ‘ଓଡ଼ିଶା ବନ୍ଦ’ ଡାକରା ଦିଆଯାଇଛି। ଏଥିରେ ବାମପନ୍ଥୀଙ୍କ ସମେତ ୮ଦଳ ସାମିଲ ହୋଇଛନ୍ତି।

ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ବିଭିନ୍ନ ମହଲ, ସୋସିଆଲ ମିଡିଆରେ କ୍ଷୋଭ ପ୍ରକାଶ ପାଉଥିବାରୁ ଓଡ଼ିଶା ବନ୍ଦକୁ ସ୍ବତଃପ୍ରବୃତ୍ତ ସମର୍ଥନ ମିଳିବା ଅନୁମାନ କରାଯାଉଛି। ବିରୋଧୀ ଦଳଗୁଡ଼ିକ ଗୁରୁବାର ଯାନବାହନ ଚଳାଚଳ, ଦୋକାନବଜାର, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ନିବେଦନ କରିଛନ୍ତି। ତେବେ ବନ୍ଦ ପାଳନ ସମୟରେ କେତେକ ସ୍ଥାନରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇପାରେ। ଏହାକୁ ନେଇ ପୋଲିସ ସଜାଗ ହୋଇଉଠିଛି। ବିଶେଷକରି ଭୁବନେଶ୍ୱର, କଟକ ଟୁଇନ୍‌ ସିଟିରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତଦନୁଯାୟୀ ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ଏଆଇ କ୍ୟାମେରା ଓ ଡ୍ରୋନ୍‌ ନଜର ରଖିବ। ଆଇନ ଭାଙ୍ଗିଲେ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ