Masthead

ଟିକେଟ ଫେରାଇଲେ ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ଟିକେଟ୍ ଫେରାଇଲେ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି । ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଫେରାଇଲେ ଟିକେଟ । ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇଥିବା ଏଆଇସିସିକୁ ଜଣାଇଲେ । ଏନେଇ ସେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଇମେଲ ପଠାଇଛନ୍ତି । ତେବେ ମୁଖ୍ୟତଃ ସେ ଦୁଇଟି କାରଣ ପାଇଁ ଟିକେଟ୍ ଫେରାଇଥିବା କହିଛନ୍ତି । ପ୍ରଥମତଃ ପୁରୀର ବିଭିନ୍ନ ବିଧାନସଭା ଆସନରେ ଦଳ ଦୁର୍ବଳ ପ୍ରାର୍ଥୀ ଦେଇଛି ।

ଏବଂ ଦ୍ୱିତୀୟରେ ପ୍ରଚାର ପାଇଁ ଦଳ ପକ୍ଷରୁ କୌଣସି ଫଣ୍ଡିଂ ଦିଆଯାଉନାହିଁ । ବିନା ଫଣ୍ଡିଙ୍ଗରେ କ୍ୟାମ୍ପେନିଙ୍ଗ ସମ୍ଭବ ନୁହେଁ ବୋଲି କହିଛନ୍ତି ସୁଚରିତା । ତେଣୁ ସେ ନିଜ ଟିକେଟ୍ ଫେରାଉଛନ୍ତି ବୋଲି ଇମେଲରେ ଜଣାଇଛନ୍ତି । ତେବେ ପୁରୀରେ ମେ ୨୫ ତାରିଖରେ ଭୋଟିଂ ହେବ । ଏଥିପାଇଁ ନାମାଙ୍କନ ଭରିବାକୁ ଆଉ ମାତ୍ର ୨, ୩ ଦିନ ରହିଲା । ଏହା ଭିତରେ ସୁଚରିତା ଟିକେଟ୍ ଫେରାଇବା ପରେ ଏହି ଆସନରୁ କଂଗ୍ରେସ ପୁଣି କାହାକୁ ପ୍ରାର୍ଥୀ କରିବ ବୋଲି ଦ୍ୱନ୍ଦ୍ୱ ଉପୁଜୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ