Masthead

ଟିକେଟ ଫେରାଇଲେ ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ଟିକେଟ୍ ଫେରାଇଲେ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି । ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଫେରାଇଲେ ଟିକେଟ । ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇଥିବା ଏଆଇସିସିକୁ ଜଣାଇଲେ । ଏନେଇ ସେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଇମେଲ ପଠାଇଛନ୍ତି । ତେବେ ମୁଖ୍ୟତଃ ସେ ଦୁଇଟି କାରଣ ପାଇଁ ଟିକେଟ୍ ଫେରାଇଥିବା କହିଛନ୍ତି । ପ୍ରଥମତଃ ପୁରୀର ବିଭିନ୍ନ ବିଧାନସଭା ଆସନରେ ଦଳ ଦୁର୍ବଳ ପ୍ରାର୍ଥୀ ଦେଇଛି ।

ଏବଂ ଦ୍ୱିତୀୟରେ ପ୍ରଚାର ପାଇଁ ଦଳ ପକ୍ଷରୁ କୌଣସି ଫଣ୍ଡିଂ ଦିଆଯାଉନାହିଁ । ବିନା ଫଣ୍ଡିଙ୍ଗରେ କ୍ୟାମ୍ପେନିଙ୍ଗ ସମ୍ଭବ ନୁହେଁ ବୋଲି କହିଛନ୍ତି ସୁଚରିତା । ତେଣୁ ସେ ନିଜ ଟିକେଟ୍ ଫେରାଉଛନ୍ତି ବୋଲି ଇମେଲରେ ଜଣାଇଛନ୍ତି । ତେବେ ପୁରୀରେ ମେ ୨୫ ତାରିଖରେ ଭୋଟିଂ ହେବ । ଏଥିପାଇଁ ନାମାଙ୍କନ ଭରିବାକୁ ଆଉ ମାତ୍ର ୨, ୩ ଦିନ ରହିଲା । ଏହା ଭିତରେ ସୁଚରିତା ଟିକେଟ୍ ଫେରାଇବା ପରେ ଏହି ଆସନରୁ କଂଗ୍ରେସ ପୁଣି କାହାକୁ ପ୍ରାର୍ଥୀ କରିବ ବୋଲି ଦ୍ୱନ୍ଦ୍ୱ ଉପୁଜୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା