Masthead

ଆଜି ଘୋଷଣା ହୋଇପାରେ କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଆସିପାରେ କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଅଧ୍ୟକ୍ଷତାରେ ବସିଥିବା ନିର୍ବାଚନ କମିଟି ବୈଠକରେ ୧୧ ରାଜ୍ୟ ପାଇଁ ୮୦ ଜଣ ପ୍ରାର୍ଥୀଙ୍କ ନାଁ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି । କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଅରୁଣାଚଳ ପ୍ରଦେଶ, ସିକିମ, ପଶ୍ଚିମବଙ୍ଗ, ଆଣ୍ଡାମାନ ନିକୋବର, କର୍ନାଟକ, ପୁଡୁଚେରୀ, ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଚଣ୍ଡିଗଡ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା କରାଯାଇଛି ।

ଆଜି ଏହି ସବୁ ରାଜ୍ୟର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବା ସମ୍ଭାବନା ରହିଛି । ବେଣୁଗୋପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବେଠକରେ ରାଜ୍ୟ ପିସିସି ସଭାପତି ଶରତ ପଟ୍ଟନାୟକ, ଏଆଇସିସିର ଓଡ଼ିଶା ପ୍ରଭାରୀ ଅଜୟ କୁମାର, ୩ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ମିନାକ୍ଷୀ ନଟରାଜନ, ହରକ ସିଂହ ରାୱତ ଓ ପରଗତ ସିଂହ, ଦୁଇଜଣ ସଚିବ ଖ୍ରୀଷ୍ଟଫର ତିଲକ ଓ ମହମ୍ମଦ ସାହାନୱାଜ ଚୌଧୁରୀ ଉପସ୍ଥିତ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ