Masthead

ଟିକେଟ ଆଶାୟୀ ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଦିଲ୍ଲୀରେ ଲେଖାଯିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସର ଟିକେଟ ଆଶାୟୀ ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଦିଲ୍ଲୀରେ ଲେଖାଯିବ । ଆଜି ଦିଲ୍ଲୀରେ କଂଗ୍ରେସ ସ୍କ୍ରିନିଂ କମିଟିର ବୈଠକ ବସିବ । କିଏ କଂଗ୍ରେସ ଟିକେଟ ପାଇବ, କେଉଁ ଲୋକସଭା ଓ ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବେ । କେଉଁ ଆସନରେ କଂଗ୍ରେସ ପ୍ରାର୍ଥୀ ଦେବ ଓ କେଉଁ ଆସନ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳକୁ ଛାଡିବ, ତାହା ଆଜିର ସ୍କ୍ରିନିଂ କମିଟି ବୈଠକରେ ଚୂଡାନ୍ତ ହେବ ।

ଏହି ବୈଠକରେ ସାମିଲ ହେବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଛନ୍ତି । ପିସିସି ସଭାପତିଙ୍କ ସମେତ କଂଗ୍ରେସ ପ୍ରଭାରୀ ଅଜୟ କୁମାର ବୈଠକରେ ସାମିଲ ହେବେ । କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରୁ ଓଡ଼ିଶା ବାଦ୍ ପଡିଛି । ଆଜିର ବୈଠକରେ ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ଉପରେ ନିଷ୍ପତି ନିଆଯିବ । ବୈଠକ ପରେ ପ୍ରତି ନିର୍ବାଚନମଣ୍ଡଳୀର ଚୂଡାନ୍ତ ନାମ ଏଆଇସିସିର କେନ୍ଦ୍ରୀୟ ନିର୍ବାଚନ କମିଟି ପାଖକୁ ପଠାଯିବ । ଏହି ତାଲିକା ପାଇବା ପରେ କଂଗ୍ରେସର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା