ଓଡ଼ିଶା ଆସିବେ ସୋନିଆ-ରାହୁଲ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ସୋନିଆ ଓ ରାହୁଲ ଗାନ୍ଧୀ । କରିବେ ରୋଡ ଶୋ’ । କଂଗ୍ରେସ ପ୍ରାର୍ଥୀଙ୍କ ମାଗିବେ ଭୋଟ । ପ୍ରଥମ ପର୍ୟ୍ୟାୟରେ ମତଦାନ ହେବାକୁ ଥିବା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ । କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ଭାବେ ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, କହ୍ନେୟା କୁମାର ପ୍ରଚାର କରିବେ । ମେ ପ୍ରଥମ ସପ୍ତାହରେ ସୋନିଆ, ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶାରେ ରୋଡ ଶୋ’ କରି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । କୋରାପୁଟ, ଜୟପୁର, ରାୟଗଡା ଓ ଗୁଣପୁରରେ ଦଳୀୟ କର୍ମୀଙ୍କ ସୋନିଆ, ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଚାର କରିବେ । ଏହି ସୂଚନା ଦେଇଛନ୍ତି କୋରାପୁଟ କଂଗ୍ରେସ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲାକା । ଆଗାମୀ ନିର୍ବାଚନରେ କଂଗ୍ରେସର ଦଳର ରଣନୀତି କଣ ହେବ, କିପରି ଲଢିବ ତାକୁ ନେଇ ଜୟପୁରରରେ କଂଗ୍ରେସର ଏକ କର୍ମୀ ସମ୍ମିଳନୀ ହୋଇଯାଇଛି । ଏଥିରେ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲାକା, ତାରା ବାହିନୀପତି ଓ ଦିଲ୍ଲୀରୁ ଆସିଥିବା ପର୍ୟ୍ୟବେକ୍ଷକ ଓ ଟିକେଟ ପାଇଥିବା ପ୍ରାର୍ଥୀ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’