Masthead

କୃଷିବିଲକୁ ସୁନ୍ଦରଗଡ଼ କଂଗ୍ରେସର ବିରୋଧ

ସୁନ୍ଦରଗଡ଼, (ବଡ଼ ଖବର ବ୍ୟୁରୋ): ସାରା ଦେଶରେ କୃଷି ବିଲକୁ ଜୋରଦାର ବିରୋଧ କରୁଛନ୍ତି ବିରୋଧୀ । ଦେଶର ବିଭିନ୍ନ ସ୍ଥାନରେ ଏହି ବିଲକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଓଡ଼ିଶାରେ ମଧ୍ୟ ବିଲକୁ ଜୋରଦାର ବିରୋଧ କରିଛି କଂଗ୍ରେସ । ରାଜ୍ୟର ବିଭିନ୍ନ ସଦର ମହକୁମାରେ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛି କଂଗ୍ରେସ । ଏହିପ୍ରରିପ୍ରେକ୍ଷିରେ ଆଜି ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

 

ଏହି ବିଲ ଜରିଆରେ ଚାଷିମାନଙ୍କୁ ଶୋଷଣ କରି ବଡ଼ ବଡ଼ିଆଙ୍କୁ ଫାଇଦା ଦେବା ପାଇଁ କେନ୍ଦ୍ର ସରକାର ଚେଷ୍ଟା କରୁଥିବା ଅଭିଯୋଗ ଆଣିଛି କଂଗ୍ରେସ । ଏହି ବିଲକୁ ପ୍ରତ୍ୟାହର କରିବା ପାଇଁ ଦାବି କରିଥିଲା ଦଳ । ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ନେତୃତ୍ୱରେ ଆୟୋଜିତ ଏହି ବିକ୍ଷୋଭରେ କଂଗ୍ରେସ ନେତା ପ୍ରଫୁଲ ମାଝି,ବେଣୁ ମାଧବ ତ୍ରିପାଠୀଙ୍କ ସମେତ ବହୁ କର୍ମୀ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ