ଆଜି ଦେଶବ୍ୟାପୀ ସତ୍ୟାଗ୍ରହ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଦେଶବ୍ୟାପୀ ସତ୍ୟାଗ୍ରହ ଆନ୍ଦୋଳନ କରିବ କଂଗ୍ରେସ । ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପରେ କଂଗ୍ରେସ ବିରୋଧ ପ୍ରଦର୍ଶନ ଜୋରଦାର କରିଛି । ସବୁ ଆଞ୍ଚଳିକ ଦଳ ଏକାଠି ହୋଇ କେନ୍ଦ୍ରର ଏକଛତ୍ରବାଦ ଶାସନକୁ ବିରୋଧ କରିବା ପାଇଁ କଂଗ୍ରେସ ଅପିଲ କରିଛି । ସତ୍ୟ ପାଇଁ ଲଢ଼େଇ ଜୋରଦାର କରିବାକୁ ଆହ୍ବାନ ଦିଆଯାଇଛି । ଆନ୍ଧ୍ରପ୍ରଦେଶ, ପଞ୍ଜାବ ସମେତ ବିଭିନ୍ନ ରାଜ୍ୟ କଂଗ୍ରେସ ପକ୍ଷରୁ ଏନେଇ ଘୋଷଣା କରାଯାଇଛି ।

ସବୁ ରାଜ୍ୟର ଜିଲ୍ଲା ମୁଖ୍ୟାଳୟରେ କଂଗ୍ରେସ ସତ୍ୟାଗ୍ରହ କରିବ । ସକାଳ ୧୦ଟାରୁ ଅପରାହ୍ଣ ୫ ଟା ଯାଏ ଏହି ସତ୍ୟାଗ୍ରହ ଜାରି ରହିବ । ଗତକାଲି ସାରା ଦେଶରେ କଳା ଦିବସ ପାଳନ କରିଛି କଂଗ୍ରେସ । ୱାୟାନାଡରେ କଂଗ୍ରେସ ସମର୍ଥକ ଜୋରଦାର ବିରୋଧ କରିଥିବା ବେଳେ ବ୍ୟାରିକେଡ ଭାଙ୍ଗିଥିଲେ ସମର୍ଥକ । ଏହି ସମୟରେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା । । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ରାଜଧାନୀ ଦିଲ୍ଲୀର ରାଜଘାଟରେ ସତ୍ୟାଗ୍ରହ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’