Masthead

ଆଜି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ, ନିର୍ବାଚନୀ ଇସ୍ତାହାରକୁ ମିଳିପାରେ ମଞ୍ଜୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ଲୋକସଭା ନିର୍ବାଚନ । କସରତ ଆରମ୍ଭ କରିଦେଇଛନ୍ତି ପ୍ରତିଦ୍ବନ୍ଦ୍ବୀ ଦଳ । ଆଜି କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବୈଠକରେ ନିର୍ବାଚନୀ ଇସ୍ତାହାର ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ଏଥିରେ ସଦସ୍ୟ ରହିଥିଲେ ଛତିଶଗଡର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଟି.ଏସ୍ ସିଂହଦେଓ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା, କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ, କଂଗ୍ରେସ ନେତା ଶଶି ଥରୁର ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ।

ଇସ୍ତାହାର କମିଟିର ଅଧ୍ୟକ୍ଷ ରହିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ । ଇ-ମେଲରେ ଆସିଥିବା ପ୍ରସ୍ତାବ ଏବଂ ଲୋକଙ୍କ ମତାମତକୁ ଆଧାର କରି ଦେଖି ନିର୍ବାଚନୀ ଇସ୍ତାହାର ତିଆରି ହୋଇଛି । ନିର୍ବାଚନୀ ଇସ୍ତାହାରରେ ଶ୍ରମିକ, ମହିଳାଙ୍କ ଭଳି କ୍ଷେତ୍ରରେ କଂଗ୍ରେସ ବଡ ଘୋଷଣା କରିବ ବୋଲି ଜଣାପଡିଛି । ସେହିପରି ଆସନ୍ତାକାଲିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଏହାପୂର୍ବରୁ କଂଗ୍ରେସ ତୃତୀୟ ପର୍ଯ୍ୟାୟରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବାର ସମ୍ଭାବନା ରହିଛି । ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ବାକି ଥିବା ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ