Masthead

କଂଗ୍ରେସର ପ୍ରତିବାଦ ଯାତ୍ରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ସମସ୍ତ କଂଗ୍ରେସ ସାଂସଦ ଏବଂ ନେତାମାନେ ପ୍ରତିବାଦ ଯାତ୍ରାରେ ରାଷ୍ଟ୍ରପତି ଭବନକୁ ଯିବା ପାଇଁ ନିଷ୍ପତି ନେଇଛନ୍ତି । କୃଷି ଆଇନ୍ ବିରୋଧରେ ୨ କୋଟି ଦସ୍ତଖତ ସମ୍ବଳିତ କିଛି ସ୍ମାରକପତ୍ର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟରେ ଦାଖଲ କରିବେ ।

ପ୍ରବଳ ଶୀତରେ ପ୍ରାୟ ମାସେ ହେବ ଦିଲ୍ଲୀ ସୀମାନ୍ତରେ ପ୍ରତିବାଦ କରୁଥିବା କୃଷକମାନଙ୍କୁ ସମର୍ଥନ କରି ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ କଂଗ୍ରେସ ସାଂସଦଙ୍କ ପ୍ରତିନିଧୀ ଦଳ ପାର୍ଲାମେଂଟର ବିଜୟ ଚୌକରୁ ବାହାରି ରାଷ୍ଟ୍ରପତି ଭବନକୁ ଯିବେ । ପାର୍ଲାମେଂଟରେ ଆଗତ ହେବା ସମୟରୁ ଏହି ଆଇନକୁ ବିରୋଧ କରୁଥିବା କୃଷକ, କୃଷି ଶ୍ରମିକ ଏବଂ କୃଷିରେ ସମ୍ପୃକ୍ତ ଅନ୍ୟ ବ୍ୟକ୍ତିବିଶେଷଙ୍କ ସ୍ୱାକ୍ଷର ସମ୍ବଳିତ ସ୍ମାରକପତ୍ର ସଂଗ୍ରହ କରିବାକୁ କଂଗ୍ରେସ ଦେଶବ୍ୟାପୀ ଅଭିଯାନ ଚଳାଇଥିଲା । ଏହି ତିନି କୃଷି ଆଇନକୁ ପ୍ରତ୍ୟାହାର କରିବା ଲାଗି ପ୍ରାୟ ୨ କୋଟି ଦସ୍ତଖତକାରୀ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ