Masthead

ପଇତାଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି । ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ।

ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ସନ୍ଧ୍ୟା ୬ଟାରୁ ୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ