Masthead

ବାଳିଆପାଳରେ ଦୁଇଟି ନୂତନ ଥାନା ଗୃହର ଉଦଘାଟନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ସିଂଲା ଓ ବାଳିଆପାଳ ର ଦୁଇଟି ନୂତନ ଥାନା ଗୃହକୁ ଉଦଘାଟନ କରିଛନ୍ତି ଓଡିଶା ପୋଲିସ ମହାନିର୍ଦେଶକ ସୁନୀଲ କୁମାର ବଂଶଲ । ଏହି ଉଦଘାଟନୀ ଉତ୍ସବ ରେ ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ , ଅତିରିକ୍ତ ପୋଲିସ ମହାନିର୍ଦେଶକ ଆଇନ ଶୃଙ୍ଖଳା ବିଭାଗ ସଞ୍ଜୟ କୁମାର ,ବାଲେଶ୍ୱର ଏସପି ବାଲେଶ୍ୱରସାଗରିକା ନାଥ ପ୍ରମୁଖ ଯୋଗଦେଇ ଥିଲେ । ଏହି ଅବସରରେ ଉଭୟ ଥାନା ପରିସର ରେ ଆୟୋଜିତ ଉଦଘାଟନୀ ଉତ୍ସବ ରେ କାର୍ଯ୍ୟରତ ସମସ୍ତ ପୋଲିସ ଅଧିକାରୀ ଙ୍କ ସମେତ ସ୍ଥାନୀୟ ଅଞ୍ଚଳ ର ବହୁ ବୁଦ୍ଧିଜିବୀ ଯୋଗଦେଇ ଥିଲେ । ଦୁଇ କୋଟି ଟଙ୍କା ଲେଖାଏଂ ବିନିମୟରେ ଏହି ଦୁଇଟି ଥାନା ର ନୂତନ ଗୃହ ନିର୍ମାଣ ହୋଇଥିବା ବେଳେ ଏହା ଆଦର୍ଶ ଥାନା ଭାବରେ ପରିଗଣିତ ହେବ । ଏହି ଅବସର ରେ ପୋଲିସ ଓ ସାଧାରଣ ଜନତା ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ପାଇଁ ସମସ୍ତଙ୍କୁ ସହଯୋଗ କରିବାକୁ ନିବେଦନ କରିଥିଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୂନୀଲ ବଂଶଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ