Masthead

ବାଳିଆପାଳରେ ଦୁଇଟି ନୂତନ ଥାନା ଗୃହର ଉଦଘାଟନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ସିଂଲା ଓ ବାଳିଆପାଳ ର ଦୁଇଟି ନୂତନ ଥାନା ଗୃହକୁ ଉଦଘାଟନ କରିଛନ୍ତି ଓଡିଶା ପୋଲିସ ମହାନିର୍ଦେଶକ ସୁନୀଲ କୁମାର ବଂଶଲ । ଏହି ଉଦଘାଟନୀ ଉତ୍ସବ ରେ ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ , ଅତିରିକ୍ତ ପୋଲିସ ମହାନିର୍ଦେଶକ ଆଇନ ଶୃଙ୍ଖଳା ବିଭାଗ ସଞ୍ଜୟ କୁମାର ,ବାଲେଶ୍ୱର ଏସପି ବାଲେଶ୍ୱରସାଗରିକା ନାଥ ପ୍ରମୁଖ ଯୋଗଦେଇ ଥିଲେ । ଏହି ଅବସରରେ ଉଭୟ ଥାନା ପରିସର ରେ ଆୟୋଜିତ ଉଦଘାଟନୀ ଉତ୍ସବ ରେ କାର୍ଯ୍ୟରତ ସମସ୍ତ ପୋଲିସ ଅଧିକାରୀ ଙ୍କ ସମେତ ସ୍ଥାନୀୟ ଅଞ୍ଚଳ ର ବହୁ ବୁଦ୍ଧିଜିବୀ ଯୋଗଦେଇ ଥିଲେ । ଦୁଇ କୋଟି ଟଙ୍କା ଲେଖାଏଂ ବିନିମୟରେ ଏହି ଦୁଇଟି ଥାନା ର ନୂତନ ଗୃହ ନିର୍ମାଣ ହୋଇଥିବା ବେଳେ ଏହା ଆଦର୍ଶ ଥାନା ଭାବରେ ପରିଗଣିତ ହେବ । ଏହି ଅବସର ରେ ପୋଲିସ ଓ ସାଧାରଣ ଜନତା ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ପାଇଁ ସମସ୍ତଙ୍କୁ ସହଯୋଗ କରିବାକୁ ନିବେଦନ କରିଥିଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୂନୀଲ ବଂଶଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା