ରେକର୍ଡ ଭାଙ୍ଗିଲା କରୋନା , ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପର ମୁହାଁ କରୋନା ଗ୍ରାଫ । କମିବାର ନା ଧରୁ ନାହିଁ । ସଙ୍ଗୀନ ହେବାରେ ଲାଗିଛି ସ୍ଥିତି । ଚିନ୍ତାରେ ରାଜ୍ୟବାସୀ । ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୬୮,୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୭ ଜଣ କ୍ବାରେଣ୍ଟାଇନରେ ରହିଥିବାବେଳେ ୧୫୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ସୁନ୍ଦରଗଡ଼ରୁ ୩୪୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ନୂଆପଡା ୨୨୧, ବରଗଡ଼ ୨୧୦, ସମ୍ବଲପୁର ୧୯୯, କଟକ ୧୯୮, ପୁରୀ ୧୪୩, କେନ୍ଦୁଝର ୫୬ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡାରୁ ୧୮୩, ଷ୍ଟେଟ ପୁଲ ୧୫୫, ନବରଙ୍ଗପୁର ୮୧, ବଲାଙ୍ଗିର ୭୯, ଯାଜପୁର ୫୮, ମୟୁରଭଞ୍ଜ ୧୧୯, ଗଜପତି ୬୩, କଳାହାଣ୍ଡିରୁ ୩୨୪ ଚିହ୍ନଟ ହୋଇଛନ୍ତି ।

ତେବେ ଭଦ୍ରକ ୨୭, ଅନୁଗୁଳ ୫୯, ଗଞ୍ଜାମ ୬୬ ଓ ରାୟଗଡାରୁ ୫୭, ବାଲେଶ୍ୱର ୩୯ ଓ ନୟାଗଡରୁ ୨୮, ଦେଓଗଡରୁ ୩୦, ଜଗତସିଂହପୁର ୬୮ ଓ କୋରାପୁଟରୁ ୩୯, କେନ୍ଦ୍ରାପଡା ୨୯, କନ୍ଧମାଳ ୧୬, ବୌଦ୍ଧ ୬, ମାଲକାନାଗିରି ୪ ଓ ସୋନପୁର ୧୬, ଢେଙ୍କାନାଳ ୪୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୯୯୮୭୭ ସାମ୍ପୁଲ ଟେଷ୍ଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ