Masthead

କରୋନାରେ ଟଳିପଡିଲେ ଅବକାରୀ ଅଫିସର

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣରେ ଚାଲିଗଲେ ଅବକାରୀ ବିଭାଗର ଏସ୍ଆଇ ବଳରାମ ସାହୁ । ବଲାଙ୍ଗିର ସହରର ଗାନ୍ଧୀନଗରପଡ଼ାର ବଳରାମ(୫୯)ଙ୍କର ଆଜି ଭୋର୍‌ ସାଢେ଼ ୫ଟାରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ଗତ ଅକ୍ଟୋବର ୧୪ରେ ବଳରାମ ସାହୁ କରୋନା ଆକ୍ରାନ୍ତ ହେବା ପରେ ବଲାଙ୍ଗିର କିମ୍‌ସ୍‌ କୋଭିଡ଼୍‌ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ସମ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା।

ଆଜି ଭୋର୍‌ ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା । ସ୍ୱର୍ଗତ ସାହୁ କଳାହାଣ୍ଡି ଜିଲ୍ଲା ନର୍ଲା ରୋଡ଼ରେ ଅବକାରୀ ଏସ୍‌ଆଇ ଭାବେ କାର୍ଯ୍ୟରତ ଥିଲେ । କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ତାଙ୍କ ଶବ ସତ୍କାର ପାଇଁ ପରିବାର ଲୋକେ ଭୁବନେଶ୍ୱର ଅଭିମୁଖେ ଯାଇଛନ୍ତି । ବଲାଙ୍ଗିର ପୋଲିସ କୋଭିଡ୍ ନିୟନ୍ତ୍ରଣ ସେଲ ଦାୟିତ୍ୱରେ ଥିବା ବିଜୟାନନ୍ଦ କର୍କରାଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି