Masthead

ରାଜଧାନୀରେ ୧୫୦ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀରେ କମୁଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ଠାରୁ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥଙ୍କ ସଂଖ୍ୟା । ଆଜି ଦିନକରେ ରାଜଧାନୀରେ ଭୁବନେଶ୍ୱରରୁ ୧୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୧୮୨ଜଣ କରୋନା ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୪ଜଣ ଚିହ୍ନଟ ହୋଇଥିବା ବେଳେ ୧୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ୨୭୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହିତ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୪୮୧ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୨୫ ହଜାର ୮୯୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨୪୧୫ଜଣ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହୋଉଛନ୍ତି । ଅନ୍ୟପଟେ ଭୁବନେଶ୍ୱରରେ ଏଯାବତ୍ ୧୫୦ଜଣଙ୍କର ମୁଣ୍ଡ ନେଇସାରିଲାଣି ମହାମାରୀ କରୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ