ଥମୁନି ମୃତ୍ୟୁସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୫୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୪୧୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!