Masthead

ବେକାବୁ ହେଉଛି କରୋନା ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗଛି । ଓଡ଼ିଶାରେ ମଧ୍ୟ ଏହାର ହାର ବଢିବାରେ ଲାଗିଛି । କମିବାର ନା ଧରୁନାହିଁ । ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୭୧ ଜଣଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନରେ ରହିଥିବାବେଳେ ୧୯୩ଟି ଲୋକାଲ କେସ ରହିଛି ।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୨, ଖୋର୍ଦ୍ଧାରୁ ୪୦ ଓ ବଲାଙ୍ଗିରରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫, ବରଗଡ଼ରୁ ୫, ଭଦ୍ରକରୁ ୬, କଟକରୁ ୨୨, ଢେଙ୍କାନାଳରୁ ଜଣେ, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ୨୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡ଼ରୁ ୪, ପୁରୀରୁ ୧୪, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୭ ଓ ସୋନପୁର ଜିଲ୍ଲାରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍ ପୁଲ୍ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।କରୋନା ସଂକ୍ରମଣ ବଢ଼ିବା ପରେ ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାକୁ କମେଣ୍ଟମେଣ୍ଟ୍ ଜୋନ ଘୋଷଣା କରାଯାଇଛି। ଝାରସୁଗୁଡ଼ା ଜିଲ୍ଲାରେ ୧୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଚିଲଚିଲା ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଲାପାଳ ଜି.ପି ହର୍ଷଦ। କଳାହାଣ୍ଡି ସିଡିଏମଓ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ କଣ୍ଟାକ୍ଟ ଟ୍ରେସିଂ ଓ ଆକ୍ଟିଭ ସର୍ଭଲାନ୍ସ କାର୍ୟ୍ୟକୁ ସୁନିଶ୍ଚିତ କରିବେ। ୮ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଏହି କଟକଣାକୁ ଜାରି କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା