Masthead

ବେକାବୁ ହେଉଛି କରୋନା ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗଛି । ଓଡ଼ିଶାରେ ମଧ୍ୟ ଏହାର ହାର ବଢିବାରେ ଲାଗିଛି । କମିବାର ନା ଧରୁନାହିଁ । ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୭୧ ଜଣଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନରେ ରହିଥିବାବେଳେ ୧୯୩ଟି ଲୋକାଲ କେସ ରହିଛି ।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୨, ଖୋର୍ଦ୍ଧାରୁ ୪୦ ଓ ବଲାଙ୍ଗିରରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫, ବରଗଡ଼ରୁ ୫, ଭଦ୍ରକରୁ ୬, କଟକରୁ ୨୨, ଢେଙ୍କାନାଳରୁ ଜଣେ, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ୨୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡ଼ରୁ ୪, ପୁରୀରୁ ୧୪, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୭ ଓ ସୋନପୁର ଜିଲ୍ଲାରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍ ପୁଲ୍ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।କରୋନା ସଂକ୍ରମଣ ବଢ଼ିବା ପରେ ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାକୁ କମେଣ୍ଟମେଣ୍ଟ୍ ଜୋନ ଘୋଷଣା କରାଯାଇଛି। ଝାରସୁଗୁଡ଼ା ଜିଲ୍ଲାରେ ୧୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଚିଲଚିଲା ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଲାପାଳ ଜି.ପି ହର୍ଷଦ। କଳାହାଣ୍ଡି ସିଡିଏମଓ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ କଣ୍ଟାକ୍ଟ ଟ୍ରେସିଂ ଓ ଆକ୍ଟିଭ ସର୍ଭଲାନ୍ସ କାର୍ୟ୍ୟକୁ ସୁନିଶ୍ଚିତ କରିବେ। ୮ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଏହି କଟକଣାକୁ ଜାରି କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ