Masthead

ଶ୍ରୀକ୍ଷେତ୍ରେ ଗହଳି,ଶ୍ରୀମନ୍ଦିର ଖାଲି: କଟକଣା କୋହଳ ପାଇଁ ଭାବୁଛି ପ୍ରଶାସନ

ପୁରୀ (ବଡ଼ ଖବର ବ୍ୟୁରୋ): କୋହଳ ହୋଇପାରେ ଶ୍ରୀଜଗନ୍ନାଥ ଦର୍ଶନ କଟକଣା । ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ମଧ୍ୟରେ ଚାଲିଛି ବିଚାର ବିମର୍ଶ । ଶ୍ରୀଜୀଉଙ୍କ ଦର୍ଶନ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯିବ ନା ପ୍ରତ୍ୟାହାର କରାଯିବ ସେନେଇ ଆଲୋଚନା ଚାଲିଥିବା ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ସୂଚନା ଅନୁସାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଏବଂ ଏସପିଙ୍କୁ ନେଇ ଖୁବଶୀଘ୍ର ବୈଠକ ବସିବ । ଦର୍ଶନ ବ୍ୟବସ୍ଥାବଳି ବା ଏସ୍ଓପି ସମ୍ପର୍କରେ ସମୀକ୍ଷା କରାଯିବ ।

କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଥିବାରୁ ଅଧିକାଂଶ ଭକ୍ତ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୁରୀରେ ପର୍ଯ୍ୟଟକଙ୍କ କୋଭିଡ୍ ପରୀକ୍ଷା ବ୍ୟବସ୍ଥା ଏପର୍ଯ୍ୟନ୍ତ କରାଯାଇନାହିଁ । ଅନ୍ୟପଟେ ଦିନକୁ ପ୍ରାୟ ୧୭ ହଜାର ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯାଇଥିବା ବେଳେ ୧୫ଶହରୁ ୨୫ଶହ ଲୋକ ଦର୍ଶନ ସୁଯୋଗ ପାଉଛନ୍ତି । ଭକ୍ତଙ୍କ ସଂଖ୍ୟା ହ୍ରାସ ଯୋଗୁଁ ମାର୍କେଟ୍ ଛକରୁ ନିର୍ମିତ ହୋଇଥିବା ବ୍ୟାରିକେଟ୍ ଘୁଞ୍ଚାଇ ଦିଆଯାଇଛି । ଭୁବନେଶ୍ୱରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପାଇଁ କୋଭିଡ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇନଥିବା ବେଳେ ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ତାହାକୁ କଡାକଡି କରାଯାଇଛି । ଏଥିଯୋଗୁଁ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ