Masthead

ସରକାରୀ ଶିକ୍ଷାନୁଷ୍ଠାନରେ କରୋନା, ୩ ପଜିଟିଭ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଉଗ୍ରରୂପ ନେବାରେ ଲାଗିଛି କରୋନା । କରୋନା କବଳରେ ଏବେ ସାରା ଦେଶ । କରୋନା ଦ୍ୱିତୀୟ ଲହର ଏବେ ଭୟଙ୍କର ହେବାରେ ଲାଗିଛି । ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି । ବିଭିନ୍ନ ଘରୋଇ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ସରକାରୀ ସ୍କୁଲରେ ମଧ୍ୟ ପଶିଲାଣି ଏହି ଭୂତାଣୁ ।

ବର୍ତ୍ତମାନ ସୁଦ୍ଧା କୌଣସି ସରକାରୀ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତ ନଥିବା ରାଜ୍ୟ ସରକାର ସୂଚନା ଦେଉଥିବାବେଳେ ଏବେ ସରକାରୀ ସ୍କୁଲରେ ଚିହ୍ନଟ ହେଲେଣି ସଂକ୍ରମିତ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ ତାଟୋ ବାଳିକା ଉଚ୍ଚ ବିଦ୍ୟାଳୟରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବିଦ୍ୟାଳୟର ଦୁଇ ଅନ୍ତେବାସୀଙ୍କ ସହ ଜଣେ ମେଟ୍ରନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବିଦ୍ୟାଳୟକୁ ସମ୍ପୂର୍ଣ୍ଣ ସାନିଟାଇଜ କରିବା ସହ ୩ ସଂକ୍ରମିତଙ୍କୁ ବିଦ୍ୟାଳୟ ପରିସରରେ ଆଇସୋଲେସନରେ ରଖାଯାଇଛି ବୋଲି ଜିଲ୍ଲା ମଙ୍ଗଳ ଅଧିକାରୀ ଚିତ୍ତରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା