Masthead

କରୋନା ଫେରୁଛି, ଡ଼ର ବଢୁଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ପରେ ଏବେ ଓଡ଼ିଶାରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଯାହା ଓଡ଼ିଶାବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଗତକାଲି ୪୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଧ୍ୟ ୫୦୦ ପାଖାପାଖି ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୨ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ।

ଏହି ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୭୧, କଳାହାଣ୍ଡିରୁ ୨୯, କଟକରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଝାରସୁଗୁଡ଼ାରୁ ୧୭, ଷ୍ଟେଟ୍ ପୁଲ୍ରୁ ୧୬, ବଲାଙ୍ଗିରରୁ ୧୫, ଗଞ୍ଜାମରୁ ୧୩, ଅନୁଗୁଳରୁ ୧୨, ପୁରୀରୁ ୧୧, ମୟୂରଭଞ୍ଜରୁ ୧୦ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ସମ୍ବଲପୁରରୁ ୧୦, ଯାଜପୁର ଓ ନବରଙ୍ଗପୁରରୁ ୮ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ