Masthead

କଟକରେ ମାଡ଼ି ଚାଲିଛି କରୋନା

କଟକ (ବଡ଼ ଖବର ବ୍ୟୁରୋ): କଟକରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ପୁଣି କଟକ ମଧୁପାଟଣାରୁ ଚିହ୍ନଟ ହୋଇଛନ୍ତି କରୋନା ଆକ୍ରାନ୍ତ । ଏକ ଆଶ୍ରମରୁ ୧୭ ଅନ୍ତେବାସୀ କରୋନା ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆଶ୍ରମରୁ ୩୨ ଜଣଙ୍କ ନମୁନା ପରୀକ୍ଷା ହୋଇଥିଲା । ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ରିପୋର୍ଟ ପଜେଟିଭ ଆସିଥିଲା ।

ଏବେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି । ପୂର୍ବରୁ କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ୨୫ ଜଣ ଛାତ୍ରଛାତ୍ରୀ କରୋନା ପଜେଟିଭ ବାହରିଥିଲେ ।ପ୍ରଥମେ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ପୁଣି ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତେବେ ଟେଷ୍ଟିଂ , ଟ୍ରାକିଂ ଜରିଆରେ ଅନ୍ୟ ୭୧ ଛାତ୍ରଛାତ୍ରୀଙ୍କ କରୋନା ପରୀକ୍ଷା କରାଯାଇଥିଲା । ଫଳରେ ୧୩ ଜଣ ପଜିଟିଭ ଥିବା ରିପୋର୍ଟ ଆସିଥିଲା।

ସମସ୍ତ ଆକ୍ରାନ୍ତଠାରେ ଲକ୍ଷଣ ଦେଖାଦେଇଥିବା ପରେ ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା । ସମସ୍ତଙ୍କ ରିପୋର୍ଟ ପଜେଟିଭ ଆସିଥିବା ଜଣାପଡିଥିଲା । ବ୍ରହ୍ମପୁର ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ପୁଣି କରୋନା ପଜିଟିଭ ଚିହ୍ନଟ ହେବା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର