Masthead

କଟକରେ ମାଡ଼ି ଚାଲିଛି କରୋନା

କଟକ (ବଡ଼ ଖବର ବ୍ୟୁରୋ): କଟକରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ପୁଣି କଟକ ମଧୁପାଟଣାରୁ ଚିହ୍ନଟ ହୋଇଛନ୍ତି କରୋନା ଆକ୍ରାନ୍ତ । ଏକ ଆଶ୍ରମରୁ ୧୭ ଅନ୍ତେବାସୀ କରୋନା ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆଶ୍ରମରୁ ୩୨ ଜଣଙ୍କ ନମୁନା ପରୀକ୍ଷା ହୋଇଥିଲା । ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ରିପୋର୍ଟ ପଜେଟିଭ ଆସିଥିଲା ।

ଏବେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି । ପୂର୍ବରୁ କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ୨୫ ଜଣ ଛାତ୍ରଛାତ୍ରୀ କରୋନା ପଜେଟିଭ ବାହରିଥିଲେ ।ପ୍ରଥମେ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ପୁଣି ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତେବେ ଟେଷ୍ଟିଂ , ଟ୍ରାକିଂ ଜରିଆରେ ଅନ୍ୟ ୭୧ ଛାତ୍ରଛାତ୍ରୀଙ୍କ କରୋନା ପରୀକ୍ଷା କରାଯାଇଥିଲା । ଫଳରେ ୧୩ ଜଣ ପଜିଟିଭ ଥିବା ରିପୋର୍ଟ ଆସିଥିଲା।

ସମସ୍ତ ଆକ୍ରାନ୍ତଠାରେ ଲକ୍ଷଣ ଦେଖାଦେଇଥିବା ପରେ ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା । ସମସ୍ତଙ୍କ ରିପୋର୍ଟ ପଜେଟିଭ ଆସିଥିବା ଜଣାପଡିଥିଲା । ବ୍ରହ୍ମପୁର ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ପୁଣି କରୋନା ପଜିଟିଭ ଚିହ୍ନଟ ହେବା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି