୬୫ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ମୟୁରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ