Masthead

ରାଜ୍ୟରେ ଆଜି କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ଠାରୁ କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଆଜି ରାଜ୍ୟରେ ୧୯୧୩ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୧୨୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୫୭ହଜାର ୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ୨୧୨୮ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୦ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡ଼ରୁ ୧୧୪, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୦୦, ନୂଆପଡ଼ାରୁ ୯୯, ଯାଜପୁରରୁ ୮୬, ପୁରୀରୁ ୮୦, କେନ୍ଦ୍ରାପଡ଼ାରୁ ୭୨, କଳାହାଣ୍ଡିରୁ ୬୮, ଜଗତସିଂହପୁରରୁ ୬୪, ମାଲକାନଗିରିରୁ ୬୩, ଝାରସୁଗୁଡ଼ାରୁ ୬୧, ବରଗଡ଼ରୁ ୬୦, ବଲାଙ୍ଗିରରୁ ୬୦, ସମ୍ବଲପୁରରୁ ୫୭, ଭଦ୍ରକରୁ ୫୧, କେନ୍ଦୁଝରରୁ ୪୯, ସୋନପୁରରୁ ୪୦, ନୟାଗଡ଼ରୁ ୩୯, ବୌଦ୍ଧରୁ ୩୧, କୋରାପୁଟରୁ ୩୧, କନ୍ଧମାଳରୁ ୩୦, ଢେଙ୍କାନାଳରୁ ୨୪, ଦେବଗଡ଼ରୁ ୧୭, ଗଞ୍ଜାମରୁ ୧୬, ରାୟଗଡ଼ାରୁ ୧୧, ଗଜପତିରୁ ୯ ଏବଂ ଷ୍ଟେଟ ପୁଲରୁ ୯୩ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ