Masthead

ପୁଣି ଓଡ଼ିଶାକୁ ଫେରିଲା କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେରିଲା କରୋନା, ଭୁବନେଶ୍ବରରେ ଜଣେ ଆକ୍ରାନ୍ତ ଚିହ୍ନଟ । ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତାଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଖିଲେ ସେ ନିକଟରେ ଦିଲ୍ଲୀରୁ ଫେରିଥିବା କୁହାଯାଇଛି। ଏହାପରେ ଓଡ଼ିଶାକୁ କରୋନା ପୁଣି ଫେରିଥିବା ନେଇ ଆଲୋଚନା ହେଉଥିବା ବେଳେ ଲୋକେ ଭୟଭୀତ ହୋଇଯାଇଛନ୍ତି। ଏବେ ଉକ୍ତ ବ୍ୟକ୍ତି ଜଣଙ୍କ ହୋମ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି।

ସେପଟେ ମୁମ୍ବାଇ, ପୁଣେ, ଚେନ୍ନାଇ,ଅହମ୍ମଦାବାଦରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଛି । ଏବେ ସୁଦ୍ଧା ଦେଶରେ କରୋନାରେ ୩ଶହରୁ ଅଧିକ ନୂଆ ମାମଲା ଚିହ୍ନଟ ହୋଇଛି । ଜେଏନ୍‌ ଡଟ୍‌ ୱାନ୍‌ ହେଉଛି ଓମିକ୍ରନର ଉପପ୍ରଜାତି । ଯାହାର ଲକ୍ଷଣ କରୋନାର ଅନ୍ୟ ପ୍ରଜାତି ପରି ରହିଛି ତେବେ ଆଗକୁ ଏହାର ସଂଖ୍ୟା ଦ୍ରୁତ ଗତିରେ ବଢ଼ିବା ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ ଆଶଙ୍କା ପ୍ରକାଶ କରିଛନ୍ତି । ମେ ୨୦ ତାରିଖରେ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ କୋଭିଡ୍‌-୧୯ରେ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ