Masthead

କରୋନା ବାଣ୍ଟୁଛି ପ୍ରଶାସନ

ବରୀ, (ବଡ଼ ଖବର ବ୍ୟୁରୋ): ମହାମାରୀ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ସରକାରଙ୍କ ତରଫରୁ କୋଭିଡ ନିୟମ ପାଳନ ତଦାରଖ ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏହାର ଉଲ୍ଲଘଂନ ହେଉଥିବାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବରୀ ତହସିଲ୍ କାର୍ଯ୍ୟାଳୟ ପାଖ ବିଦ୍ୟାଳୟରେ। ତହସିଲ୍ କାର୍ଯ୍ୟାଳୟ ପାଖ ବିଦ୍ୟାଳୟ ପରିସର ପଡିଆରେ ବନ୍ୟା ବିପନ୍ନମାନଙ୍କୁ ଆଜି ପଲିଥିନ୍ ଯୋଗାଇ ଦେବା ପାଇଁ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା । ଦାୟିତ୍ଵରେ ଥିବା କର୍ମଚାରୀ ଓ ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ ପଲିଥିନ୍ ବଣ୍ଟନ କରାଯାଇଥିଲା । ମାତ୍ର କୋଭିଡ ନିୟମକୁ ସମସ୍ତେ ଆଖିବୁଜି ଦେଇଥିଲେ । କୋଭିଡ ନିୟମର ଖୋଲା ଖୋଲି ଉଲ୍ଲଘଂନ ହୋଇଥିବା ଦେଖିବାକୁ ମିଳିଛି।

ସୂଚନା ଅନୁଯାୟୀ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଆଜି ବରୀ ଗସ୍ତରେ ଆସି କୋଭିଡ ନିୟମ କଡ଼ାକଡ଼ି ପାଳନ ସମ୍ପର୍କରେ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବରୀ ଛାଡ଼ିବାର କିଛି ମୁହୂର୍ତ୍ତପରେ ବରୀ ତହସିଲ୍ କାର୍ଯ୍ୟାଳୟରେ ଖୁଲମଖୋଲା କୋଭିଡ ନିୟମ ଉଲ୍ଲଘଂନ ଘଟଣା ପ୍ରଶାସନର ପାରିବା ପାଣିଆକୁ ପଦାରେ ପକାଇ ଦେଇଛି। ସରକାରଙ୍କ କୋଭିଡ୍ ନିୟମ ଉଲ୍ଲଘଂନକାରୀଙ୍କ ବିରୋଧରେ କଢ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ବେଳେ ବରୀରେ ଏହାର ବ୍ୟତିକ୍ରମ ଘଟିବା ସାଧାରଣରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ