Masthead

ରାଜଧାନୀରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବେକାବୁ ହେଉଛି କରୋନା ସ୍ଥିତି । ଆଜି ରାଜ୍ୟରେ ୨୯୯୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୩୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୧୪ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୨୨୮କୁ ବୃଦ୍ଧି ପାଇଛି । ଏହାସହିତ ଆଜି ୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୪ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୦ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ବର୍ତ୍ତମାନ ସୁଦ୍ଧା ୨୦୫୭୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୫ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଭାବେ ୩୫୩୧ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ