Masthead

ରାଜଧାନୀରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବେକାବୁ ହେଉଛି କରୋନା ସ୍ଥିତି । ଆଜି ରାଜ୍ୟରେ ୨୯୯୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୩୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୧୪ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୨୨୮କୁ ବୃଦ୍ଧି ପାଇଛି । ଏହାସହିତ ଆଜି ୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୪ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୦ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ବର୍ତ୍ତମାନ ସୁଦ୍ଧା ୨୦୫୭୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୫ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଭାବେ ୩୫୩୧ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ