Masthead

ଭୁବନେଶ୍ୱରରୁ ୩୨୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଶନିବାର ରାଜ୍ୟରେ ୩୦୫୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ୩୨୯ଜଣ କରୋନା ପଜିଟିଭ ଚିିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୨୯ଜଣ କରୋନା ପଜିଟିଭମାନଙ୍କ ମଧ୍ୟରୁ ୧୧୦ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ୩୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ମିଳିଥିବା ସୂୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ୩୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ୮୭୬ରେ ପହଞ୍ଚିଛି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ୧୯ ହଜାର ୨୫୫ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୦୨ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମୃତ୍ୟୁ ସଂଖ୍ୟା ୧୦୦ରେ ସ୍ଥିର ରହିଛି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ