Masthead

ଭୁବନେଶ୍ୱରରୁ ୩୨୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଶନିବାର ରାଜ୍ୟରେ ୩୦୫୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ୩୨୯ଜଣ କରୋନା ପଜିଟିଭ ଚିିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୨୯ଜଣ କରୋନା ପଜିଟିଭମାନଙ୍କ ମଧ୍ୟରୁ ୧୧୦ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ୩୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ମିଳିଥିବା ସୂୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ୩୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ୮୭୬ରେ ପହଞ୍ଚିଛି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ୧୯ ହଜାର ୨୫୫ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୦୨ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମୃତ୍ୟୁ ସଂଖ୍ୟା ୧୦୦ରେ ସ୍ଥିର ରହିଛି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା