Masthead

ଭୁବନେଶ୍ୱରରୁ ୩୫୪ ପଜିଟିଭ ଚିହ୍ନଟ: ୩୧୮ ସୁସ୍ଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ରବିବାର ରାଜ୍ୟରେ ୩୩୨୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ୩୫୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୫୪ଜଣ କରୋନା ପଜିଟିଭମାନଙ୍କ ମଧ୍ୟରୁ ୧୦୮ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୪୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ୩୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ୩୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୨୩୦ରେ ପହଞ୍ଚିଛି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ୧୯ ହଜାର ୫୭୩ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୩୫ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମୃତ୍ୟୁ ସଂଖ୍ୟା ୧୦୨କୁ ବୃଦ୍ଧି ପାଇଛି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’