Masthead

ଭୁବନେଶ୍ୱରିଆ ଅମାନିଆ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : କୋଭିଡ୍ କଟକଣାକୁ ମାନୁ ନାହାଁନ୍ତି ରାଜଧାନୀବାସୀ । ସେ ନେତା ହୁଅନ୍ତୁ କି ଜନତା କେହି ବି ମାନୁ ନାହାଁନ୍ତି କଟକଣା । ମାସ୍କ ପିନ୍ଧୁ ନାହାନ୍ତି କି ସାମାଜିକ ଦୂରତାକୁ ମାନୁ ନାହାଁନ୍ତି । ଦଳ ଦଳ ହୋଇ ବୁଲି ବାଣ୍ଟୁଛନ୍ତି କରୋନା । ଆଜି ରାଜ୍ୟରେ ୨୪୨୩ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୨୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ୨୦୩ ଲୋକାଲ କେସ୍ ହୋଇଥିବା ବେଳେ ୬୮ଟି କ୍ୱାରେଣ୍ଟାଇନ କେସ୍ ରହିଛି । ସେହିପରି ଭାବରେ ଆଜି ରାଜଧାନୀରେ ୩୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମସି ପକ୍ଷରୁ ଟୁଇଟ ଯୋଗେ ସୂଚନା ଦେଇଛନ୍ତି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ହଜାର ୭୩୫ ପହଞ୍ଚିଛି । ଏହା ସହିତ ୨୨ ହଜାର ୨୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ୩ ହଜାର ୩୮୫ ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୧୯ ଜଣଙ୍କର ଏଯାବତ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ