Masthead

ରାଜଧାନୀରେ କେତେ ପଜିଟିଭ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଆଜି ଦିନକରେ ଭୁବନେଶ୍ୱରରୁ ସମୁଦାୟ ୮୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ଆଜି ଦିନକରେ ୨୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ୮୮ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୮ହଜାର ୭୮୨ରେ ପହଞ୍ଚିଛି । ସେହିପରି ବର୍ତ୍ତମାନ ସୁଦ୍ଧା ୨୬ ହଜାର ୬୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୯୬ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ଏଯାବତ୍ ୧୫୮ଜଣଙ୍କର ମୁଣ୍ଡ ନେଇ ସାରିଲାଣି ମହାମାରୀ କରୋନା । ରାଜଧାନୀରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ