Masthead

ରାଜଧାନୀରେ କେତେ ପଜିଟିଭ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଆଜି ଦିନକରେ ଭୁବନେଶ୍ୱରରୁ ସମୁଦାୟ ୮୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ଆଜି ଦିନକରେ ୨୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ୮୮ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୮ହଜାର ୭୮୨ରେ ପହଞ୍ଚିଛି । ସେହିପରି ବର୍ତ୍ତମାନ ସୁଦ୍ଧା ୨୬ ହଜାର ୬୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୯୬ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ଏଯାବତ୍ ୧୫୮ଜଣଙ୍କର ମୁଣ୍ଡ ନେଇ ସାରିଲାଣି ମହାମାରୀ କରୋନା । ରାଜଧାନୀରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର