ଭୁବନେଶ୍ୱରିଆ ଅମାନିଆ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : କୋଭିଡ୍ କଟକଣାକୁ ମାନୁ ନାହାଁନ୍ତି ରାଜଧାନୀବାସୀ । ସେ ନେତା ହୁଅନ୍ତୁ କି ଜନତା କେହି ବି ମାନୁ ନାହାଁନ୍ତି କଟକଣା । ମାସ୍କ ପିନ୍ଧୁ ନାହାନ୍ତି କି ସାମାଜିକ ଦୂରତାକୁ ମାନୁ ନାହାଁନ୍ତି । ଦଳ ଦଳ ହୋଇ ବୁଲି ବାଣ୍ଟୁଛନ୍ତି କରୋନା । ଆଜି ରାଜ୍ୟରେ ୨୪୨୩ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୨୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ୨୦୩ ଲୋକାଲ କେସ୍ ହୋଇଥିବା ବେଳେ ୬୮ଟି କ୍ୱାରେଣ୍ଟାଇନ କେସ୍ ରହିଛି । ସେହିପରି ଭାବରେ ଆଜି ରାଜଧାନୀରେ ୩୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମସି ପକ୍ଷରୁ ଟୁଇଟ ଯୋଗେ ସୂଚନା ଦେଇଛନ୍ତି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ହଜାର ୭୩୫ ପହଞ୍ଚିଛି । ଏହା ସହିତ ୨୨ ହଜାର ୨୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ୩ ହଜାର ୩୮୫ ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୧୯ ଜଣଙ୍କର ଏଯାବତ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ