ରାଜଧାନୀରେ କମୁଛି ସଂକ୍ରମଣ: ଆଜି କେତେ ପଜିଟିଭ୍ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କମୁଛି ମହାମାରୀ କରୋନା ସଂକ୍ରମଣ । ଭୁବନେଶ୍ୱରରେ ମଧ୍ୟ କରୋନା ସଂକ୍ରମଣ ଗ୍ରାଫ୍ ହ୍ରାସ ପାଇବାରେ ଲାଗିଛି । ଆଜି ଦିନକରେ ରାଜଧାନୀରୁ ୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଅନ୍ୟପଟେ ଆଜି ଦିନକରେ ୨୨୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮ ହଜାର ୬୯୪ରେ ପହଞ୍ଚିଛି । ସେହିପରି ଏଯାବତ୍ ୨୬ ହଜାର ୩୭୭ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୧୫୪ଜଣଙ୍କର ମୁଣ୍ଡ ନେଇସାରିଲାଣି କରୋନା । ଅନ୍ୟପଟେ ୨୧୪୨ଜଣ କରୋନା ସଂକ୍ରମିତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାରୁ ଏହା ରାଜଧାନୀବାସୀଙ୍କ ପାଇଁ ଏକ ଆଶ୍ୱସ୍ଥିକର ଖବର ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ