Masthead

ରାଜଧାନୀରୁ କେତେ ପଜିଟିଭ୍ ଜାଣନ୍ତୁ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ ବେକାବୁ ହେଉଛି କରୋନା ସ୍ଥିତି । ରାଜଧାନୀ ବାସୀଙ୍କ ଅମାନିଆପଣ ଯୋଗୁଁ ଦିନ ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଭୁବନେଶ୍ୱରରୁ ୨୮୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୯ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯୨ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହିତ ଆଜି ଭୁବନେଶ୍ୱରରୁ ୩୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

 

ଆଜି ଚିହ୍ନଟ ହୋଇଥିବା ୨୮୧ଜଣଙ୍କୁ ମିଶାଇ ରାଜଧାନୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୧୬ରେ ପହଞ୍ଚିଛି । ଏଥିମଧ୍ୟରୁ ୨୨୫୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଯାଇଛନ୍ତି ଏବଂ ୩୩୪୮ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ୧୨୨ଜଣଙ୍କର ମୁଣ୍ଡ ନେଇ ସାରିଲାଣି ମହାମାରୀ କରୋନା । ଭୁବନେଶ୍ୱରରେ ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା