Masthead

ରାଜ୍ୟ ପାଇଁ ଖୁସି ଖବର: ୩୮୮୫ ସୁସ୍ଥ

ଭୁବନେଶ୍ୱର,(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରେ ୨୮୫୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଦିନକରେ ପୁଣି ୩୮୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨୪ ହଜାର ୨୭୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୪୩ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡ଼ାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୁରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪, କେନ୍ଦ୍ରାପଡ଼ାରୁ ୧୨୨, ସୁନ୍ଦରଗଡ଼ରୁ ୧୨୧, କଳାହାଣ୍ଡିରୁ ୧୧୨, ବଲାଙ୍ଗିରରୁ ୧୦୩, ବରଗଡ଼ରୁ ୮୧, ନୂଆପଡ଼ାରୁ ୮୦, ଢେଙ୍କାନାଳରୁ ୭୯, ଜଗତସିଂହପୁର ଓ ସମ୍ବଲପୁରରୁ ୭୨ଜଣ ଲେଖାଏଁ, ରାୟଗଡ଼ାରୁ ୭୦, ଭଦ୍ରକରୁ ୬୪, କନ୍ଧମାଳରୁ ୫୯, ନବରଙ୍ଗପୁରରୁ ୫୬, ନୟାଗଡ଼ରୁ ୫୨, ସୋନପୁରରୁ ୫୦, କୋରାପୁଟରୁ ୪୮, ଗଞ୍ଜାମରୁ ୪୨, ବୌଦ୍ଧରୁ ୨୬, ମାଲକାନଗିରରୁ ୨୬, ଅନୁଗୁଳରୁ ୧୯, ଦେବଗଡ଼ରୁ ୧୬, ଗଜପତିରୁ ୧୫ ଏବଂ ଷ୍ଟେଟ ପୁଲରୁ ୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା