Masthead

ରାଜ୍ୟରେ ୨ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଘରକୁ ଫେରିଲେ ୪୧୦୮

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ପାଇଁ ଖୁସି ଖବର । ରବିବାର ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ଟପିଛି । ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଆଜି ରାଜ୍ୟରେ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨ ହଜାର ୩୦୨ରେ ପହଞ୍ଚିଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି ।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୨ଜଣ, କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୁଳରୁ ୧୮୬, ଝାରସୁଗୁଡ଼ାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡ଼ାରୁ ୧୧୮, କଳାହାଣ୍ଡି ଓ କେନ୍ଦୁଝରରୁ ୧୧୭ଜଣ ଲେଖାଏଁ, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୧୧୬ଜଣ ଲେଖାଏଁ, ବରଗଡ଼ରୁ ୧୧୪ଜଣ, କେନ୍ଦ୍ରାପଡ଼ାରୁ ୧୦୭, ନବରଙ୍ଗପୁରରୁ ୮୯, ବଲାଙ୍ଗୀରରୁ ୮୦, ଢେଙ୍କାନାଳରୁ ୭୫, କୋରାପୁଟ ଓ ସୋନପୁରରୁ ୭୩ ଜଣ ଲେଖାଏଁ, କନ୍ଧମାଳରୁ ୭୧, ଗଞ୍ଜାମରୁ ୬୭, ରାୟଗଡ଼ାରୁ ୬୪, ପୁରୀରୁ ୫୫, ନୟାଗଡ଼ରୁ ୫୦, ବୈାଦ୍ଧରୂ ୪୪, ଗଜପତିରୁ ୪୦, ମାଲକାନାଗିରିରୁ ୩୪, ଭଦ୍ରକରୁ ୧୬, ଦେବଗଡ଼ରୁ ୮ ଏବଂ ଷ୍ଟେଟ ପୁଲରୁ ୨୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ