Masthead

ରାଜ୍ୟରେ ପୁଣି ୪୦୯୮ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି । ୪୦୯୮ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୬ ହଜାର ୪୦୦ରେ ପହଞ୍ଚିଛି । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଯାହା ରାଜ୍ୟପାଇଁ ଏକ ଆଶ୍ୱସ୍ଥିକର ଖବର । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡ଼ାରୁ ୨୦୯, ଅନୁଗୁଳରୁ ୧୬୫, ମୟୁରଭଞ୍ଜରୁ ୧୩୯, କେନ୍ଦୁଝରରୁ ୧୩୧, ଭଦ୍ରକରୁ ୧୨୫, ଜଗତସିଂହପୁରରୁ ଓ କେନ୍ଦ୍ରାପଡ଼ାରୁ ୧୨୩ଜଣ ଲେଖାଏଁ, ଯାଜପୁରରୁ ୧୧୬, ବରଗଡ଼ରୁ ୧୧୦, ଢେଙ୍କାନାଳରୁ ୧୦୭, ପୁରୀରୁ ୧୦୪, ସୁନ୍ଦରଗଡ଼ରୁ ୮୨, ଝାରସୁଗୁଡ଼ାରୁ ୮୧, ନୟାଗଡ଼ରୁ ୭୯, ସମ୍ବଲପୁରରୁ ୭୮, କଳାହାଣ୍ଡି ଓ ନବରଙ୍ଗପୁରରୁ ୭୩ଜଣ ଲେଖାଏଁ, ବଲାଙ୍ଗୀରିରୁ ୭୦, କୋରାପୁଟରୁ ୬୭, କନ୍ଧମାଳରୁ ୬୫, ବୌଦ୍ଧରୁ ୬୧, ସୋନପୁରରୁ ୪୬, ଗଞ୍ଜାମ ଓ ରାୟଗଡ଼ାରୁ ୪୨ଜଣ ଲେଖାଏଁ, ଗଜପତିରୁ ୩୬, ମାଲକାନାଗିରିରୁ ୨୩, ଦେବଗଡ଼ରୁ ୧୫ ଓ ଷ୍ଟେଟ ପୁଲରୁ ୨୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ